ଚିତାଲାଗି ଅମାବାସ୍ୟା

ଚିତାଲାଗି ଅମାବାସ୍ୟା

ଚିତାଲାଗି ଅମାବାସ୍ୟା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ । ଏହି ଦିନ ଶ୍ରୀମନ୍ଦିରରେ ତିନି ଠାକୁର ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କର ଚିତାଲାଗି ହୋଇଥାଏ । ଜଗନ୍ନାଥଙ୍କ ନିତିଦିନିଆ ପୂଜା ଓ ଧୂପ ଶେଷ ହେବା ପରେ ଦଇତାପତିମାନେ ତିନିଠାକୁରଙ୍କ ଲଲାଟରେ ଚିତାଲାଗି କରନ୍ତି । 

ଏହି ଦିନ ଗେଣ୍ଡା ଆଦି ଜଳଚର ପ୍ରାଣୀଙ୍କ ଉଦ୍ଦେଶ୍ୟରେ ଚିତଉ ଓ ଗଇଁଠା ଆଦି ପିଠା ଅର୍ପଣ କରାଯାଇଥାଏ । 🥥🦪

ଏହି ପ୍ରଥା ଶବର ପରମ୍ପରାରୁ ଚାଲି ଆସିଛି । ଏଥିରେ ଚିତଉ ପିଠା କରି ଜୀବଜନ୍ତୁମାନଙ୍କୁ ଖୁଆଇ ସନ୍ତୁଷ୍ଟ କରିବାର ପ୍ରଥା ରହିଛି । ସାଧାରଣତଃ ଚାଷୀମାନେ ବର୍ଷା ଋତୁ ସମୟରେ ଧାନ ଫସଲ 🌾 କରିବା ସମୟରେ, ବିଲରେ ଗେଣ୍ଡା 🐌 ଯୋଗୁଁ ଗୋଡ଼ କାଟି ହୋଇ କ୍ଷତି ହୋଇଥାଏ ଏଣୁ ଏହି ସମ୍ଭାବନାକୁ ଏଡ଼େଇବା ନିମନ୍ତେ ଚିତଉ ପିଠାକୁ ସାରୁ ପତ୍ରରେ ☘️ ରଖି ଗେଣ୍ଡା ମାନଙ୍କ ଉଦ୍ଦେଶ୍ୟରେ ବିଭିନ୍ନ ଜଳାଶ୍ରୟରେ ଭସା ଯାଏ।

ତଥ୍ୟ ସମ୍ପାଦନା – ସ୍ଵାତିଶ୍ୱେତା ରାଉତ

Spread the love

Be the first to comment

Leave a Reply

Your email address will not be published.


*